ଶରଧାବାଲିsliw XtsvlanDt uleereed
ଶରଧା ବାଲି, ପୁରୀ ଶରଧାବାଲି ପୁରୀ ବଡ଼ଦାଣ୍ଡର ଅଂଶ ବିଶେଷ । ପୁରାତନ କାଳରେ ପୁରୀ ମାଳିନୀ ନଦୀକୁ ପୋତି ଗୁଣ୍ଡିଚା ମନ୍ଦିର ଏବଂ ଜଗନ୍ନାଥ ମନ୍ଦିରକୁ ଏକ ସିଧା ରାସ୍ତା ସଂଯୋଗ ସକାଶେ ବାଲି ପକାଇ ପୁର୍ଣ୍ଣ କରାଯାଇଥିଲା । ସେହି ସ୍ଥାନକୁ ଶରଧାବାଲି କୁହାଯାଉଛି । କିମ୍ବଦନ୍ତୀ [ ସମ୍ପାଦନା ] ତ୍ରୟୋଦଶ ଶତାବ୍ଦୀରେ ପୁରୀର ଗଜପତି ଥିଲେ ଭାନୁଦେବ ଏବଂ ମହାରାଣୀଙ୍କ ନାମ ଥିଲା ଶ୍ରଦ୍ଧାଦେବୀ । ଆଜିର ଶରଧାବାଲିକୁ ସେତେବେଳେ ବାଙ୍କି ମୁହାଣ କୁହାଯାଉଥିଲା । ଏହି ବାଙ୍କି ମୁହାଣରେ ଇନ୍ଦ୍ରଦ୍ୟୁମ୍ନରାଜା ପ୍ରଥମେ ସମୁଦ୍ରରୁ ଦାରୁ ସଂଗ୍ରହ କରିଥିଲେ । ଗୁଣ୍ଡିଚା ମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କର ପ୍ରତିମା ନିର୍ମାଣ କରିଥିଲେ । ବ୍ରହ୍ମାଙ୍କ ନିର୍ଦ୍ଦେଶରେ ଶ୍ରୀମନ୍ଦିର ନିର୍ମାଣ କରାଇ ତିନିଠାକୁରଙ୍କୁ ସିଂହାସନରେ ବସାଇ ପୂଜାର୍ଚ୍ଚନା ଆରମ୍ଭ କରିଥିଲେ । ସେତେବେଳ ପୁରୀ ସହରକୁ ତିନୋଟି ଛୋଟ ଛୋଟ ନଦୀ ଘେରି ରହିଥିଲେ । ସେଥିରୁ ମାଳିନୀ ନାମକ ନଦୀଟି ବାଙ୍କି ମୁହାଣଠାରେ ସମୁଦ୍ରରେ ମିଶିଥିଲା । ତେଣୁ ମାଳିନୀ ନଦୀଦ୍ୱାରା ବଡ଼ଦାଣ୍ଡ ଦୁଇଭାଗରେ ବିଭକ୍ତ ହୋଇଥିଲା । ଫଳରେ ଗୁଣ୍ଡିଚା ମନ୍ଦିରକୁ ଶ୍ରୀମନ୍ଦିର ସହିତ ସିଧା ସଂଯୋଗ ହୋଇ ପାରୁନଥିଲା । ଇନ୍ଦ୍ରଦ୍ୟୁମ୍ନ ରାଜା ପ୍ରଥମେ ତିନୋଟି ରଥ ନିର୍ମାଣ କରି ଠାକୁରମାନଙ୍କୁ ନେଇ ମାଳିନୀ ନଦୀକୂଳକୁ ନେଲେ । ନଦୀରେ ତିନୋଟି ବଡ଼ ଡଙ୍ଗାରେ ପ୍ରତିମାମାନଙ୍କୁ ପାରିକରି